ଆସନ୍ତାକାଲି ହରତାଳ କରିବନି ବିଜେଡି । ସରକାର ବିରୋଧୀଙ୍କ ଦାବି ମାନିନେଇଥିବାରୁ ବିଜେଡି ହରତାଳ କରିବନି ବୋଲି କହିଛି । ବିରୋଧୀଙ୍କ ଚାପରେ ରାଜି ହେଲେ ସରକାର । ଶେଷରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଦାବି ମାନି ଭରତପୁର ଲଜ୍ଜାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ନ୍ୟାୟିକ ତଦନ୍ତ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି । ଏହାସହିତ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି। ଉଚ୍ଚସ୍ତରୀୟ ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବଙ୍କ ସହ ପୋଲିସ ମହାନିର୍ଦ୍ଦେଶକ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
ସେପଟେ ବିଜେଡ଼ି ଆସନ୍ତକାଲି ଆନ୍ଦୋଳନକୁ ପ୍ରତ୍ୟାହାର କରିଛି । ଦେବୀ ମିଶ୍ର କହିଛନ୍ତି ସରକାର ଆମ ଦାବି ମାନିବା ପରେ ଆମେ ଲୋକଙ୍କୁ ହଇରାଣ କରିବାକୁ ଚାହୁଁନାହୁଁ