ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ। ପରୀକ୍ଷା ତାରିଖ ଘୋଷଣା କରିଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡା। ଏଥର ଯୁକ୍ତ ଦୁଇ ପରୀକ୍ଷା ଦୁଇ ଭାଗରେ ହେବ। ଇଣ୍ଟରନାଲ ଓ ମେନ ପରୀକ୍ଷା। ଇଣ୍ଟରନାଲ ଡ଼ିସେମ୍ବର ୨୬ ରୁ ୩୦ ଯାଏଁ ହେବ ପରୀକ୍ଷା। ଜାନୁଆରୀ ୨ ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା। ଫେବୃଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ମେନ ପରୀକ୍ଷା ହେବ। ସମସ୍ତ ଷ୍ଟ୍ରିମର ଫଳାଫଳ ପରୀକ୍ଷା ସରିବାର ୪୫ ଦିନ ଭିତରେ ବାହାରିବ।