ସୁଭଦ୍ରା ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା । ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଛି ସୁଭଦ୍ରାର ପ୍ରଥମ କିସ୍ତି । ଏହା ପରେ ପୁଣି ଦ୍ବିତୀୟ କିସ୍ତିରେ ଟଙ୍କା ମିଳିବ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ସମ୍ପର୍କରେ କହିଛନ୍ତି ଯେ, ଆସନ୍ତାବର୍ଷ ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଯୋଜନା ପାଇଁ ପଞ୍ଜିକରଣ ପ୍ରକ୍ରିୟା ଚାଲିବ।