ପୁରୀ : ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ । ଏହି ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ପୁରୀ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ ହସ୍ପିଟାଲରେ ଆହାତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ।ସେମାନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ନବୀନ । ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ।
ସୂଚନା ଯୋଗ୍ୟ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ନାବଳକ ଥିବା ସୂଚନା ମିଳିଛି। ଆହତ ମାନଙ୍କୁ କଟକ ଓ ଭୁବନେଶ୍ବର ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା।
ସୂଚନାଥାଉ କି, ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଥିଲା । ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଥିଲେ । ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ବର୍ନ ୟୁନିଟ ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ୨୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ କଟକ ଏବଂ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।