ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ। ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁଙ୍କ ଦିବ୍ୟ ସ୍ନାନ କରିଛନ୍ତି । ଲକ୍ଷ ଲକ୍ଷ ଭକ୍ତ ଏହି ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି । ବଡ଼ ଠାକୁର ବଳଭଦ୍ର ୩୩ ଗରା, ସୁଭଦ୍ରା ୨୨ ଗରା, କାଳିଆ ଠାକୁର ୩୫ ଗରା ଓ ସୁଦର୍ଶନ ୧୮ ଗରା ଜଳରେ ସ୍ନାନ କରିଛନ୍ତି। ସ୍ନାନବେଦୀରେ ମଙ୍ଗଳ ଆଳତି, ମଇଲମ, ଅବକାଶ ଓ ତଡ଼ପଲାଗି ନୀତି ଶେଷ ହେବା ପରେ ଏବେ ଗରାବଡ଼ୁ ସେବକଙ୍କ ଦ୍ୱାରା ଜଳ ବିଜେ ନୀତି କରାଯାଇଥିଲା। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ସ୍ନାନ ବେଦୀରେ ଦେଖିବାର ଅପୂର୍ବ ସୁଯୋଗ ପାଇଛନ୍ତି।
ପ୍ରର୍ଥା ଅନୁସାରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଇଥାଏ । ଏହି ମିଶ୍ରିତ ଜଳରେ ଦାରୁବ୍ରହ୍ମ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ।