ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଥିବାରୁ ବର୍ଷା ଲାଗି ରହିଛି । ବର୍ଷା ପୁଣି ଦୁଇ ଦିନ ଜାରି ରହିବ କାରଣ ଲଘୁଚାପ ଆସନ୍ତା କାଲି ସକାଳ ସୁଦ୍ଧା ଉତ୍ତରପଶ୍ଚିମ ମୁହାଁ ହୋଇ ପୁରୀ ଅତିକ୍ରମ କରିବ। ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମତ୍ସ୍ୟଜୀବୀଙ୍କୁ ୧୯ରୁ ୨୨ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ତତ୍ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ସମୁଦ୍ର ମଧ୍ୟଭାଗକୁ ଯିବା ପାଇଁ ବାରଣ କରାଯାଇଛି।