ଭୁବନେଶ୍ବର: ରାଜ୍ୟ ସରକାର ଏକ ବଡ଼ ଧରଣର ଓଏଏସ୍ ସ୍ତରରେ ଅଦଳ ବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ମୋଟ ୩୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଅନାମ ଚରଣ ପାତ୍ରଙ୍କୁ କଟକ ମହାନଗର ନିଗମର କମିଶନର କରାଯାଇଛି। ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ମଧୁମିତା ରଥ ନିଜ ଦାୟିତ୍ୱ ସହ ‘ଉତ୍କଳିକା’ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ । କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ ଅତିରିକ୍ତ କମିଶନର କରାଯାଇଛି। ସେହିଭଳି ପ୍ରଦୀପ କୁମାର ରାଉତଙ୍କୁ ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ପୂର୍ବତନ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀଙ୍କ ପ୍ରାଇଭେଟ ସେକ୍ରେଟେରୀ ଗୌରହରି ବେହେରାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି। କେନ୍ଦୁଝରର ପୂର୍ବତନ ଅତିରିକ୍ତ ଡିଏମ୍ ଯଦୁମଣି ମହାଲଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି।