ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ । ୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ । ୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ । ଦୁଇ ଦିନ ତଳେ ସେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ୨୦୧୯ ମସିହାରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। କିଡ୍ନୀ ଜନିତ ସମସ୍ୟା ଯୋଗୁଁ ତାଙ୍କୁ ଗତ ୧୮ ତାରିଖରେ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ମୁଖ୍ୟମନ୍ତ୍ରୀ ମୋହନ ମାଝୀ କମଳା ପୂଜାରୀଙ୍କ ବିୟୋଗ ଖବର ଶୁଣି ମୁଁ ମର୍ମାହତ ବୋଲି ଏକ୍ସରେ ଲେଖିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ପରିବେଶ ସୁରକ୍ଷା ଏବଂ ନାରୀ ସଶକ୍ତିକରଣ କ୍ଷେତ୍ରରେ ତାଙ୍କ ଅବଦାନ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ