ଭୁବନେଶ୍ବର: ସବୁ ଆଶା ଆଶଙ୍କା ଶେଷ ହୋଇଛି । ଯାହା କୁହାଯାଉଥିଲା ସୁଜିତ କୁମାରଙ୍କୁ ବିଜେପି ରାଜ୍ୟସଭା ପଠାଇବେ ତାହା ହିଁ ହୋଇଛି । ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ରହିଛନ୍ତି।