ମୁଖ୍ୟମନ୍ତ୍ରୀ ଦେଲେ ଇସାରା । ଦୁର୍ନୀତିଖୋରଙ୍କ ଉପରେ ହେଵ ବଡ଼ କାର୍ଯ୍ୟାନୁଷ୍ଠାନ । ଦୁର୍ନୀତିଖୋର ଅଧିକାରୀଙ୍କୁ ଘଣ୍ଟ ଘୋଡ଼ାଇବେ ନାହିଁ ସରକାର। ଦୁର୍ନୀତି ନିବାରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଓଡ଼ିଶା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ଭିଜିଲାନ୍ସ ଫରେନ୍ସିକ ବିଜ୍ଞାନ ଅନୁଷ୍ଠାନ ପ୍ରତିଷ୍ଠା ହେବ। ଏହାଛଡ଼ା ଭିଜିଲାନ୍ସ ବିଭାଗରେ ୮ଜଣ ଏସପି, ୮ ଜଣ ଅତିରିକ୍ତ ଏସପି, ୨୪ ଜଣ ଡିଏସପି ଓ ୧୬ ଜଣ ଏସଆଇ ନିୟୋଜିତ ହେବେ। ତଦନ୍ତରେ ସହଯୋଗ ଲାଗି ୨୪ ଜଣ ସାଇବର ଏକ୍ସପର୍ଟ, ଚାଟାର୍ଡ ଆକାଉଣ୍ଟାଣ୍ଟ ଓ ବ୍ୟାଙ୍କ ଏକ୍ସପର୍ଟ ନିୟୋଜିତ ହେବେ । ୧୩୫ ମୋଟର ସାଇକେଲ, ୧୬୦ ଡେସ୍କଟପ/ଲ୍ୟାପଟପ ବି ଯୋଗାଇ ଦିଆଯିବ।