ଭୁବନେଶ୍ୱର: ସରକାରଙ୍କ ବିଫଳତା ସମ୍ପର୍କରେ ଲୋକଙ୍କୁ ସଚେତନ କରାନ୍ତୁ । ବିଜେପି ତିନି ମାସ ଶାସନ କଲାଣି । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଖରାପ ହୋଇଛି । ଦରବୃଦ୍ଧି କୁ ସରକାର ରୋକିପାରୁନାହାଁନ୍ତି । ବିକାଶ କାର୍ଯ୍ୟ ଅଟକି ରହିଛି ଏଭଳି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଜି ଶଙ୍ଖ ଭବନ ଠାରେ ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲା ର ସାଂଗଠନିକ ପଦାଧିକାରୀ ଓ ନେତୃ ବୃନ୍ଦ ଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା.` । ଉଦବୋଧନ ଦେଇ ଦଳ ସଭାପତି ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାର ର ୨୪ବର୍ଷ ଶାସନରେ ରାଜ୍ୟ ର ସବୁ ଅଞ୍ଚଳ ଓ ସବୁ କ୍ଷେତ୍ରର ବିକାଶକୁ ପ୍ରାଥମିକତା ଦିଆଯାଇଥିଲା. କନ୍ଧମାଳ ଓ ଢେଙ୍କାନାଳ ର ବିକାଶ ପାଇଁ ବିଜେଡି ସରକାର ସମୟ ରେ ଅନେକ କାମ ହୋଇଛି.
ଦରଦାମ ବୃଦ୍ଧି ଉପରେ ଆଲୋକପାତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜେପି ସରକାରକୁ ଆସିବାର ଶହେଦିନ ବିତିଗଲାଣି. ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ଦରବୃଦ୍ଧି ଓ ବିକାଶ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ରାଜ୍ୟ ସରକାର ସେବା ଯୋଗାଇବାରେ ବିଫଳ ହୋଇଛନ୍ତି. ତେଣୁ ସାଧାରଣ ଲୋକଙ୍କ ସୁଖ ଦୁଃଖ ରେ ସାମିଲ ହେବା ସହ ସରକାରଙ୍କ ବିଫଳତା ବିଷୟରେ ଲୋକଙ୍କୁ ଙ୍କୁ ସଚେତନ କରିବାକୁ ସେ ପରାମର୍ଶ ଦେଇଥିଲେ.
ଶ୍ରୀ ପଟ୍ଟନାୟକ କହିଥିଲେ ବିଜେଡି ସରକାର ରେ ଥିବା ବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା.ଲୋକଙ୍କ ଭଲ ପାଇବା ଏବେବି ଆମ ସହିତ ରହିଛି.ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ.ବିଜେଡି ର ବରିଷ୍ଠ ନେତା ଶ୍ରୀ ଦେବୀପ୍ରସାଦ ମିଶ୍ର ବୈଠକ ସଂଯୋଜନା କରିଥିଲେ
ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଚକ୍ରପାଣି କଂହର,ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା,ପ୍ରଫୁଲ୍ଲ ମଲ୍ଲିକ ,ନୃସିଂହ ସାହୁ , ସାଂସଦ ପ୍ରାର୍ଥୀ ମହେଶ ସାହୁ,ଅବିନାଶ ସାମଲ ପୂର୍ବତନ ବିଧାୟକ ସାଲୁଗା ପ୍ରଧାନ,ସୁଧୀର ସାମଲ,ଙ୍କ ସମେତ ଦୁଇ ଜିଲ୍ଲା ର ବରିଷ୍ଠ ନେତୃ ମଣ୍ଡଳୀ ଏବଂ ପଂଚାୟତ ପ୍ରତିନିଧି ମାନେ ଉଦବୋଧନ ଦେଇ ବିଜେଡି କୁ ଶକ୍ତିଶାଳୀ କରିବା ପାଇଁ ସଂକଳ୍ପ ବଦ୍ଧ ହୋଇ କାମ କରିବେ ବୋଲି ଘୋଷଣା କରଥିଲେ