କେନ୍ଦୁଝର: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନମଣ୍ଡଳି ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା ଇଲେକ୍ସନ ୱାଚ । ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ଜଣ ଅର୍ଥାତ୍ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ଥିବାବେଳେ କେନ୍ଦୁଝର ଚମ୍ପୁଆର ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ୨୨୭ କୋଟି ୬୭ ଲକ୍ଷ ଟଙ୍କା । ସେହିପରି ୧୨୨ କୋଟି ୮୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ଘଷିପୁରାର ସ୍ଵାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ପର୍ଯ୍ୟାୟର ଦ୍ୱିତୀୟ ଧନୀ ବିଧାୟକ ପ୍ରାର୍ଥୀ ହୋଇଥିବା ବେଳେ ୧୨୦ କୋଟି ୫୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ତୃତୀୟ ସ୍ଥାନରେ ଅଛନ୍ତି ନୟାଗଡ଼ BJP ବିଧାୟକ ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ।