ନରେନ୍ଦ୍ର ମୋଦୀଙ୍କ ନୂଆ ମନ୍ତ୍ରୀମଣ୍ଡଳ ଶପଥ ନେଇଛନ୍ତି । ନୂଆମନ୍ତ୍ରୀମଣ୍ଡଳକୁ ନେଇ ଏବେ ସବୁଠି ହେଉଛି ଆଲୋଚନା । ବିଶେଷ କରି ଏଥର ମନ୍ତ୍ରୀମଣ୍ଡଳରେ ହେଭିଓ୍ବେଟ ନେତାଙ୍କ ଭିଡ଼ ଦେଖିବାକୁ ମିଳିଛି । ୬ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି ୭୧ ଜଣିଆ ମନ୍ତ୍ରିମଣ୍ଡଳରେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୂଆ ମନ୍ତ୍ରୀମଣ୍ଡଳରେ ୬ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି। ମଧ୍ୟପ୍ରଦେଶର ୩ ଥର ମୁଖ୍ୟମନ୍ତ୍ରୀ ଥିବା ଶିବରାଜ ସିଂହ ଚୌହାନ, ହରିୟାଣାର ଦୁଇ ଥର ମୁଖ୍ୟମନ୍ତ୍ରୀ ରହିଥିବା ମନୋହର ଲାଲ ଖଟ୍ଟର, ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜନାଥ ସିଂହ ଏବଂ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ରହିଛନ୍ତି। ଏନଡିଏର ସହଯୋଗୀ ଦଳରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଝୀ ଏବଂ ଏଚ୍ଡି କୁମାରସ୍ୱାମୀ ଅଛନ୍ତି। ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ମୋଦୀ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ।