ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହିତ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା। ରାଜ୍ୟପାଳ ରଘୁବର ଦାସ ପ୍ରଥମେ ମୋହନ ମାଝିଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରାଇଥିଲେ, ଏହାପରେ ତାଙ୍କର ଦୁଇ ଉପମୁଖ୍ୟମନ୍ତ୍ରୀ ଦ୍ବୟ ଶପଥ ନେଇଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପିଙ୍କ ଉପସ୍ଥିତିରେ ମୋହନ ଏବଂ ତାଙ୍କର ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିଛନ୍ତି। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ ବାଦ୍ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ, ୮ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ର ମନ୍ତ୍ରୀ(ସ୍ବାଧୀନ) ଅଛନ୍ତି। ନିୟମ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ବାଦ୍ ୨୧ ଜଣ ମନ୍ତ୍ରୀ ହୋଇପାରିବେ। ତେଣୁ ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରିମଣ୍ଡଳରେ ଆଉ ୬ ଜଣଙ୍କୁ ସାମିଲ କରିପାରିବେ। ତେବେ କାହିଁକି ପୂର୍ଣ୍ଣାଙ୍ଗ ମନ୍ତ୍ରିମଣ୍ଡଳ ଗଠନ କରାଗଲା ନାହିଁ ଓ କେବେ ଅଧିକ ମନ୍ତ୍ରୀଙ୍କୁ ସାମିଲ କରାଯିବ, ସେ ସମ୍ପର୍କରେ କେହି ମୁହଁ ଖୋଲି ନାହାନ୍ତି। ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।ମନ୍ତ୍ରିମଣ୍ଡଳରେ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ୍ ୧୬ ଜଣ ସ୍ଥାନ ପାଇଛନ୍ତି ।ମନ୍ତ୍ରିମଣ୍ଡଳରେ ୧୩ ଜିଲ୍ଲାକୁ ପ୍ରତିନିଧିତ୍ବ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜିଲ୍ଲା କେନ୍ଦୁଝର ହୋଇଥିଲା ବେଳେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ବଲାଙ୍ଗୀର ଓ ପ୍ରଭାତୀ ପରିଡ଼ା ପୁରୀରୁ ପ୍ରତିନିଧିତ୍ବ କରୁଛନ୍ତି।