ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର । ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ। ପହିଲି ରଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଶ୍ରୀ ମାଝୀ ଆଜି ସନ୍ଧ୍ୟାରେ ରାଜ୍ୟ ସଂଗ୍ରହାଳୟକୁ ଯାଇ ସେଠାରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ଏହି ଅବସରରେ ଶ୍ରୀ ମାଝୀ ଜନସାଧାରଣଙ୍କ ସହିତ କଥାବାର୍ତ୍ତା କରିଛନ୍ତି। ଜନସାଧାରଣ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ କଥାବାର୍ତ୍ତା କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଶ୍ରୀ ମାଝୀ ଜନସାଧାରଣଙ୍କୁ ରଜ ଅଭିନନ୍ଦନ ଜଣାଇଛନ୍ତି। ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେହିପରି ବୃକ୍ଷ ରୋପଣ କରିଛନ୍ତି। ରାଜ୍ୟର କଳା, ସଂସ୍କୃତି ଉପରେ ପର୍ଯ୍ୟବେସିତ ଏକ ପୁସ୍ତକକୁ ଉନ୍ମୋଚନ କରିଥିଲେ। ଏହି ଅବସରରେ ଶ୍ରୀ ମାଝୀ ଓଡ଼ିଆ ସଂସ୍କୃତିରେ ରଜପାନ ଓ ରଜପିଠାର ଗୁରୁତ୍ବ ସଂପର୍କରେ କହିଥିଲେ। ଓଡ଼ିଆ, ସଂସ୍କୃତି ଓ ପରଂପରାକୁ ମନେ ପକାଇଥିଲେ।