ସୁଭଦ୍ରା ସଚେତନତା ରଥର ଉଦ୍ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ ପାଇପାରିବେ।
ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ରଥର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା କେବଳ ଯୋଜନା ନୁହେଁ, ଏହା ଅସ୍ମିତାର ପରିଚୟ ହେବ। ସୁଭଦ୍ରା ଯୋଜନା ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ସହାୟକ ହେବ। ସଚେତନତା ରଥ ରାଜ୍ୟର ପ୍ରତ୍ୟେକ ଅଞ୍ଚଳକୁ ଯିବ । ମା,ଭଉଣୀଙ୍କୁ ସଚେତନ କରିବ। ମହିଳାମାନେ ସଶକ୍ତ ହେଲେ ବିକଶିତ ଓଡ଼ିଶାର ସ୍ବପ୍ନ ପୂରଣ ହୋଇପାରିବ।