ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୁଲବାଣୀରେ ବିଜେଡି ଉପରେ ବର୍ଷିଛନ୍ତି । ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିିବା ପରେ ପୁରା ବିଜେଡି ଉପରେ ଟାର୍ଗେଟ କରିଥିଲେ । ଏହା ସହ ମୋଦି ରତ୍ନଭଣ୍ଡାର ପ୍ରସଙ୍ଗ ନେଇ ଘେରିଛନ୍ତି। ପୂର୍ବରୁ ମୋଦି ନିର୍ବାଚନୀ ପ୍ରଚାର ପାଇଁ ଯେତିକି ଥର ଓଡ଼ିଶା ଆସିଛନ୍ତି ସେତେବେଳେ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି। କିନ୍ତୁ ଆଜି ଫୁଲବାଣୀରେ ବିଶାଳ ଜନସଭାକୁ ସମ୍ବୋଧନ କରି ବିଜେଡିକୁ ତୁହାକୁ ତୁହା ଆକ୍ରମଣ କରିଛନ୍ତି।ସେ କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାର ମୂଲ୍ୟାଙ୍କନ ୪୫ ବର୍ଷ ତଳେ ହୋଇଥିଲା। ଭଗବାନ ଜଗନ୍ନାଥଙ୍କ ବିନା ଆମର ଜୀବନ ହିଁ ନାହିଁ। ଜଗନ୍ନାଥ ଅଛନ୍ତି ତ ଜୀବନ ଅଛି। ଗତ ୪୦ ବର୍ଷରୁ ଅଧିକ ହେଲାଣି ରତ୍ନଭଣ୍ଡାର ଖୋଲାଯାଇନାହିଁ। ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ଗଲା ୬ ବର୍ଷ ହେଲାଣି ମିଳୁନି। ଏଭଳି ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାନ୍ତି ବିଜେଡି ସରକାର। ଚାବି କୁଆଡ଼େ ଗଲା, ଆପଣଙ୍କର ଜାଣିବା ଅଧିକାର ଅଛି।