ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ଜନତା ମୈଦାନରେ ଓଡିଶାର ରାଜ୍ୟପାଳ ରଘୁବର ଦାସ ମୋହନ ମାଝୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏଥିସହ ଓଡିଶାରେ ଆରମ୍ଭ ହେଇଛି ମୋହନ ମାଝୀଙ୍କ ସରକାର । ମୋହନ ମାଝୀଙ୍କ ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଅମିତ ଶାହା, ନୀତିନ ଗଡକରୀ, ରାଜନାଥ ସିଂହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେଇଥିଲେ ।