ପୁରୀରେ ଜଣେ ସରକାରୀ କର୍ମଚାରୀଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ ମାରିବା ଘଟଣାରେ ପ୍ରଥମ ଥର ପାଇଁ ଗଣମାଧ୍ୟମ ସାମ୍ନାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ । ସିଧାସଳଖ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହିତ, ଏହି ଘଟଣା ପାଇଁ ସେ ଓ ତାଙ୍କ ପାର୍ଟି ଦୁଃଖିତ ବୋଲି ନବୀନ କହିଛନ୍ତି ।ସୋମବାର ବିଧାନସଭା ଗୃହ ମୁଲତବୀ ହେବା ପରେ ନବୀନ ବାହାରକୁ ଆସି କହିଥିଲେ, “ମୁଁ ଓ ମୋ ପାର୍ଟି ଦୁଃଖିତ ଏବଂ ଆଶ୍ଚର୍ଯ୍ୟ । ରାଜ୍ୟପାଳଙ୍କ ପୁଅ ଜଣେ ସରକାରୀ କର୍ମଚାରୀଙ୍କୁ ମାଡ ମାରିବା ଘଟଣାରେ ବର୍ତ୍ତମାନର ସରକାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହାଁନ୍ତି । ରାଜ୍ୟରେ ଆଇନଶୃଙ୍ଖଳାକୁ ଭାଙ୍ଗି ଦିଆଯାଇଛି ।”