ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ବିଜେଡି ସୁପ୍ରିମୋଙ୍କୁ ଇସ୍ତଫାପତ୍ର ପଠାଇବା ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏହାସହ ଏକ ଭିଡ଼ିଓ ବାର୍ତ୍ତା ମଧ୍ୟ ଜାରି କରିଛନ୍ତି । ବିଧାୟକ ଭାବେ ଲୋକଙ୍କ ସେବା କରିବାକୁ ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ସହ ଆଗାମୀ ଦିନରେ ମଧ୍ୟ ସିମୁଳିଆ ଓ ଖଇରାବାସୀଙ୍କ ସେବା କରିବେ ବୋଲି କହିଛନ୍ତି ଜ୍ୟୋତିପ୍ରକାଶ ।ସିମୁଳିଆରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଜ୍ୟୋତିପ୍ରକାଶଙ୍କ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି । ଚଳିତ ନିର୍ବାଚନରେ ଦଳ ତାଙ୍କୁ ଟିକେଟ ନଦେଇ ନୂଆ ଚେହେରା ଭାବେ ଶୁଭାସିନୀ ସାହୁଙ୍କୁ ସୁଯୋଗ ଦେଇଥିଲା । ଯାହାକୁ ନେଇ ଜ୍ୟୋତିପ୍ରକଶ ପାଣିଗ୍ରାହୀ ଅସନ୍ତୁଷ୍ଟ ଥିଲେ । ଦଳର କୌଣସି କାମରେ ଜ୍ୟୋତିପ୍ରକାଶ ସାମିଲ ହେଉନଥିବା ବେଳେ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି ।