ରାଜ୍ୟରେ ମୋହନ ସରକାର ଆରମ୍ଭ ହେବା ଦିନରୁ, ନିର୍ବାଚନ ସମୟରେ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପୂରଣ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ଚାରିଟି ପ୍ରତିଶ୍ରୁତି ଉପରେ କ୍ୟାବିନେଟ୍ ମୋହର ମାରିବା ସହ ଶୀଘ୍ର ପୂରଣ ପାଇଁ ଘୋଷଣା କରିଛନ୍ତି । ସେହି ଘୋଷଣା ଭିତରେ ସବୁଠାରୁ ଚର୍ଚ୍ଚାରେ ରହିଛି ସୁଭଦ୍ରା ଯୋଜନା । ତେବେ କିଏ ଏହି ଯୋଜନାରୁ ଲାଭ ପାଇବେ ଓ କେମିତି କରିବେ ଆବେଦନ ଆସନ୍ତୁ ଜାଣିବା ।
ମହିଳାଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ପାଇଁ ମୋହନ ସରକାର ପ୍ରଥମ କ୍ୟାବିନେଟରେ ସୁଭଦ୍ରା ଯୋଜନାରେ ମୋହର ମାରିଛନ୍ତି । ଆଉ ୧୦୦ ଦିନ ଭିତରେ ଏହାକୁ କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ଏବେ ଏହି ଯୋଜନାକୁ ନେଇ ସବୁଠି ଚର୍ଚ୍ଚା । ଆଉ ଏହାରି ଭିତରେ କେଉଁମାନେ ଓ କେମିତି ଆବେଦନ କରିବେ? କେଉଁ ପ୍ରମାଣପତ୍ର ଦାଖଲ କରିବାକୁ ପଡିବ ସେ ନେଇ ଆସିଛି ତଥ୍ୟ ।