ବାତ୍ୟା ଦାନାର ମୁକାବିଲା ନେଇ ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି । ବାତ୍ୟା ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା ଦଳ ତରଫରୁ କୁହାଯାଇଛି ଯେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ।
ବିଜେଡି ମୁଖପାତ୍ର ଡଃ ଲେଖାଶ୍ରୀ ସାମନ୍ତସିଂହାର କହିଥିଲେ, ରାଜ୍ୟ ବିଜେପି ସରକାରଙ୍କ ଫୋକସ, ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନୁହେଁ ବରଂ କେବଳ ପ୍ରଶଂସା ସାଉଁଟିବା ପ୍ରାଥମିକତା ରହିଛି ।
ରାଜ୍ୟ ସରକାର ଜିରୋ କାଜୁଆଲିଟି କଥା କହୁଥିବା ବେଳେ ଅତିକମ୍ରେ ଚାରି ଜଣ ଲୋକଙ୍କର ମୃତ୍ୟୁ ହୋଇଛି । ତଥାପି ରାଜ୍ୟ ସରକାର ଶୂନ୍ୟ ମୃତ୍ୟୁ ଦାବି କରିବା ହାସ୍ୟାସ୍ପଦ। ରାଜନଗରରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ନେଇ ବିଜେପି ମଧ୍ୟ ବିଜେଡିକୁ ଉତ୍ତର ଦେଇଛି । କଂଗ୍ରେସ ମଧ୍ୟ ସରକାରଙ୍କ ପାରିବା ପଣିଆକୁ ନେଇ ପ୍ରଶ୍ନ ଉଠାଇଛି ।