ପୌରାଣିକ ମତେ ପରମପିତା ବ୍ରହ୍ମା ଦେବର୍ଷି ନାରଦଙ୍କୁ କାର୍ତ୍ତିକ ମାସର ମହାତ୍ମ୍ୟ ବୁଝାଇ କହିଛନ୍ତି – ମାସମାନଙ୍କ ମଧ୍ୟରେ କାର୍ତ୍ତିକ, ଦେବତାମାନଙ୍କ ମଧ୍ୟରେ ଭଗବାନ ବିଷ୍ଣୁ ଏବଂ ତୀର୍ଥମାନଙ୍କ ମଧ୍ୟରେ ନାରାୟଣ ତୀର୍ଥ ବଦରିକାଶ୍ରମ ଶ୍ରେଷ୍ଠ ଅଟେ ।
କୃତ୍ତିକା ନକ୍ଷତ୍ର ଯୁକ୍ତ ଚାନ୍ଦ୍ରମାସକୁ କାର୍ତ୍ତିକ ମାସ । ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି । ମାସସାରା ପାଳି ନ ପାରିଲେ ପଞ୍ଚୁକ ପାଞ୍ଚଦିନ ପାଳନ୍ତି । ଏହି ସମୟରେ ଦୀପାବଳି ଦୀପଦାନ, ବୋଇତ ବନ୍ଦାଣ, ରାଧା ଦାମୋଦର ପୂଜା, ବଡ଼ଓଷା, ବାଲୁଙ୍କା ପୂଜା ଇତ୍ୟାଦି କରନ୍ତି । ଏହି ମାସରେ ଓଡ଼ିଆ ହିନ୍ଦୁମାନେ ଆମିଷ ଖାଆନ୍ତି ନାହିଁ।