ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା ହୋଇଥିବା ବେଳେ ଏଠି ବେକାରି ସଂଖ୍ୟା ଅଧିକ ରହିଛି। ଚାକିରି ପାଇବା ପାଇଁ ଯୁବତୀଯୁବକମାନେ ଆଶା କରିଥିଲେ ମଧ୍ୟ ସୁଯୋଗ ନ ପାଇ ଦଲାଲଙ୍କ ଶିକାର ହୋଇ ପରେ ଅନୁତାପ କରୁଛନ୍ତି। ଜିଲାରେ ଜାଲ୍ ସାର୍ଟିଫିକେଟ, ଆଧାର କାର୍ଡ, ନକଲି ପୋଲିସ ଅଧିକାରୀ, ନକଲି ମାଓବାଦୀ ଆଦି ଅନେକ ଘଟଣାରେ ଅଭିଯୁକ୍ତମାନେ ଗିରଫ ହୋଇଥିବା ନଜିର ରହିଛି। କିନ୍ତୁ ବର୍ତ୍ତମାନ ଜନ ପ୍ରତିନିଧି ଓ ରାଜନେତାମାନେ ବେକାର ଉଚ୍ଚଶିକ୍ଷିତ ଯୁବତୀ ଯୁବକମାନଙ୍କୁ ଚାକିରି କରାଇଦେବା ନଁାରେ ଟଙ୍କା ଠକେଇ ଘଟଣାର ପର୍ଦ୍ଦାଫାଶ ହୋଇଛିି।
ମାଲକାନଗିରି ଜିଲାରେ ବିଜେଡିର କେତେକ ଜନ ପ୍ରତିନିଧି ଯୁବତୀ ଯୁବକମାନଙ୍କୁ ଚାକିରି କରାଇଦେବା ନଁାରେ ବହୁ ଲକ୍ଷ ଟଙ୍କା ହଡପକରି ନେଇଥିବା ମାଥିଲି ଥାନାରେ ଅଭିଯୋଗ ହୋଇଛି। ମାଥିଲି ଥାନା ଅନ୍ତର୍ଗତ ମିଲୁଗୁଡା ଗ୍ରାମର ରବିନାରାୟଣ ପୁହାଣ ମାଥିଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।