ନଅଙ୍କ ଦୁର୍ଭିକ୍ଷ ଓ ରେଭେନ୍ସା କଲେଜ
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ ୧୮୬୬-୬୭ ମସିହା ଓଡ଼ିଶାର ଉପକୂଳବର୍ତ୍ତି ଜିଲ୍ଲା ଅଞ୍ଚଳରେ ହୋଇଥିଲା । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଖାଦ୍ୟ ପହଁଚିନଥିଲା । କେବଳ ଓଡ଼ିଶାର ଲୋକସଂଖ୍ୟାର ଏକ ତୃତୀୟାଂଶ ଲୋକ ବା ଏକ ନିୟୁତ ଏହାର ଶିକାର ହୋଇ ପ୍ରାଣ ହରାଇଥିଲା ।