ଭୁବନେଶ୍ୱର: ପ୍ୟାରିସ୍ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଦୁଇ ଖେଳାଳିଙ୍କୁ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । କିଶୋର ଜେନା ଏବଂ ରୋହିଦାସଙ୍କୁ ଏହି ରାଶି ମିଳିବ । ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି ବୋଲି କହିବା ସହିତ ଓଡ଼ିଶାବାସୀଙ୍କ ତରଫରୁ ମୁଁ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରକାଶ କରିଛନ୍ତି ।
ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଶାବ୍ୟକ୍ତ କରିଛନ୍ତି।