ଆଉ ଦିନକ ପରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ । କିଏ ହେବେ ମୁଖ୍ୟମନ୍ତ୍ରୀ ତାକୁ ନେଇ ଚର୍ଚା ଚାଲିଛି । ବିଜେପି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଶପଥ ଗ୍ରହଣ ନେଇ ବିଭିନ୍ନ ରାଜନେତା ବିଶିଷ୍ଟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ ପତ୍ର ଦିଆଯାଉଥିବା ବେଳେ କିଏ ମୁଖ୍ୟମନ୍ତ୍ରୀ ହେବ ସେ ନେଇ କେହି ମୁହଁ ଖୋଲୁନାହାଁନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ପ୍ରସ୍ତୁତି ବୈଠକ ପରେ ତାରିଖ ଘୋଷଣା କରାଯାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଧାୟକଙ୍କ ଶପଥ ଗ୍ରହଣ ପାଇଁ ଜୁନ୍ ୧୦ ତାରିଖ ଧାର୍ଯ୍ୟ ହୋଇଥିବାବେଳେ ଏବେ ଏଥିରେ ପରିବର୍ତ୍ତନ ହୋଇଛି। ବିଧାୟକଙ୍କ ମଧ୍ୟରୁ କାହାକୁ ମୁଖ୍ୟମନ୍ତ୍ରୀ କରାଯିବ କି ସାଂସଦଙ୍କ ମଧ୍ୟରୁ କିଏ ଶପଥ ନେବେ ତାହା ସ୍ପଷ୍ଟ ହୋଇନାହିଁ । ତେବେ ମୋଦିଙ୍କ ଲହର ପାଇଁ ବିଜେପି ରାଜ୍ୟରେ ଶାସନ କରୁଥିବା ବେଶୀ ଚର୍ଚା ହେଉଛି ।