ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ ଫଳରେ କିଛି ଦିନ ଧରି ଲଗାଣ ବର୍ଷା ଲାଗି ରହିବ । ଏହା ପ୍ରଭାବରେ ୨୬ ଯାଏଁ ଢାଳିବ ବର୍ଷା । ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, କନ୍ଧମାଳ ଓ ଝାରସୁଗୁଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା (୭ ସିଏମ୍ରୁ ୧୧ ସିଏମ୍) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସହ ଘଡ଼ଘଡ଼ି ମାରିବାର ସଂଭାବନା ରହିଥିବାରୁ ସତର୍କ ରହିବା ପାଇଁ କୁହାଯାଇଛି ।