‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆଗାମୀ ଡିସେମ୍ବର ସୁଦ୍ଧା କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା। ଏଣେ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ତିନିଜଣିଆ କମିଟି ଗଠିତ ହୋଇଛି। ଏହି କମିଟି ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆଣିବେ। ସେ ଆହୁରି କହିଛନ୍ତି, ନଭେମ୍ବର ଶେଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ। ଏମାନଙ୍କୁ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ।