ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂଷ୍ଣିବଳୟ ସୃଷ୍ଟି ହୋଇପାରେ। ପ୍ରଭାବରେ ୨୪ ଓ ୨୫ ତାରିଖ ଦୁଇ ଦିନ ଧରି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୩ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆକଳନ କରାଯାଇଛି। ତେବେ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ୨୪ତାରିଖରୁ ବଢ଼ିବ ବର୍ଷାର ପରିମାଣ। ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।