କିଛିଦିନର ବ୍ୟବଧାନ ପରେ ପୁଣି ରାଜ୍ୟକୁ ଫେରିଛି ତାତି। ୪୦ଡିଗ୍ରୀ ମୁହାଁଇଛି ସର୍ବାଧିକ ତାପମାତ୍ରା। ଶନିବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ୪ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିଛି। ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୯.୫ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ବାରିପଦାରେ ୩୯ ଡିଗ୍ରୀ ରହିଛି। ଭୁବନେଶ୍ବରରେ ୩୮.୪ ଡିଗ୍ରୀ ଏବଂ କଟକରେ ୩୭ ଡିଗ୍ରୀ ରେକର୍ଡ଼ ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆଗକୁ ପାରଦ ଆହୁରି ତେଜିବାର ସମ୍ଭାବନା ରହିଛି।ସେପଟେ ୪ ରୁ ୫ ଦିନ ମଧ୍ୟରେ ୬ ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ତାତି ବୃଦ୍ଧି ପାଇବ। ଖରାର ତାତିରେ ସିଝିବ ପୁରା ଓଡିଶା। ୧୬ ତାରିଖରୁ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏପ୍ରିଲ ୧୭ ରୁ ୨୦ ଯାଏଁ ହେବ ସାଙ୍ଘାତିକ ସ୍ଥିତି। ୪ ଦିନ ପର୍ଯ୍ୟନ୍ତ ପିକ୍ ସମୟ ଘୋଷଣା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।