ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ଲଗାଣ ବର୍ଷା ହେବ । ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ, କଟକ ଓ ନୟାଗଡରେ ପ୍ରବଳ ବର୍ଷା ହୋଇଛି । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ରାଜ୍ୟର ଜଳଭଣ୍ଡାରଗୁଡିକ ଉଛୁଳିବାରେ ଲାଗିଛି। ଆସନ୍ତା ୨୮ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ।