ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ ବିଜୁଳି ମାରିବା ସଂଭାବନା ଥିବାରୁ ସତର୍କ ରହିବାର ଆବଶ୍ୟକତା ରହିଛି । ଲଗାଣ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଦକ୍ଷିଣ ଓଡ଼ିଶାର ଉପକୂଳବର୍ତି ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୂଳବର୍ତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି । ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।