ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ। ଏଥିପାଇଁ ପାଗ ଅନୁକୂଳ ରହିଛି। ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ତାରିଖ ଅନୁସାରେ ଅଗ୍ରସର ହୋଇଥିଲା ବୋଲି ସୋମବାର ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।ଏପଟେ ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ସୋମବାର ଭଦ୍ରକ, ଦାରିଙ୍ଗବାଡ଼ି, ବାରିପଦାରେ ବର୍ଷା ହୋଇଥିବାବେଳେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।