ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ମିଳିବ
ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ।
୨୧ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍ ସମସ୍ତ ଯୋଗ୍ୟ ମହିଳାମାନେ ଏହି ଟଙ୍କା ପାଇପାରିବେ ।
ପ୍ରାୟ ଏକ କୋଟିରୁ ଅଧିକ ମହିଳା ବର୍ଷକୁ ଏହି ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ଚଳିତ ଆର୍ଥିକ ବର୍ଷରୁ ପାଇବେ ।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଅଗଷ୍ଟ ୨୨ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ‘ସୁଭଦ୍ରା’ ଯୋଜନାକୁ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯିବା ନେଇ ନିଷ୍ପତ୍ତି ହୋଇଛି।୨୦୨୮-୨୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନା ପାଇଁ ମୋଟ ୫୫୮୨୫ କୋଟିର ବଜେଟ୍ ଧାର୍ଯ୍ୟ ହୋଇଛି । ଏହି ଯୋଜନାରେ ରାଜ୍ୟର ୧କୋଟିରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆସିବ ବୋଲି ସେ କହିଛନ୍ତି ।
କୌଣସି ଯୋଜନାରେ ଯଦି କେହି ମହିଳା ମାସିକ ୧୫୦୦ଟଙ୍କା ଅବା ତଦୁର୍ଦ୍ଧ୍ୱ ସହାୟତା ଅବା ବାର୍ଷିକ ୧୮ହଜାର ଟଙ୍କାରୁ ଅଧିକ ସହାୟତା ରାଶି ପାଉଥିବେ ତା’ହେଲେ ସେ ସୁଭଦ୍ରା ଯୋଜନା ପାଇଁ ଯୋଗ୍ୟ ବିବେଚିତ ହେବେନାହିଁ ।
୫ବର୍ଷରେ ଜଣେ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦ହଜାର ଟଙ୍କା ପାଇବେ ।
ହିତାଧିକାରୀମାନଙ୍କୁ ‘ସୁଭ୍ରଦା’ ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ ।