ପାଣିପାଗକୁ ନେଇ ବଡ଼ ଅପଡେଟ ଆସିଛି । ଅପରାହ୍ଣରେ କାଳବୈଶାଖୀ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୫ ଦିନ ପଯ୍ୟନ୍ତ ରାଜ୍ୟରେ ଲାଗି ରହିବ କାଳବୈଶାଖୀ । ବିଶେଷ କରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ବିଜୁଳିମାରିବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା, ପବନ ଓ ବଜ୍ରପାତ ନେଇ ୪ଦିନ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ସମୁଦ୍ରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସ୍ଥଳଭାଗକୁ ଆସୁଥିବା ଯୋଗୁଁ ବର୍ଷା ହେଉଥିବା କହିଛି ପାଣିପାଗ କେନ୍ଦ୍ର। ସେହିପରି ଆସନ୍ତାକାଲି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।