ଭୁବନେଶ୍ବର ପାଇଁ ଶନିବାର ଚଳିତବର୍ଷର ସବୁଠାରୁ ଛୋଟ ଦିନ ଓ ଦୀର୍ଘତମ ରାତି ହେବ। ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା । ଭୁବନେଶ୍ବରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ । ଆଉ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ । ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ ।