ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରେକର୍ଡ କରାଯାଉଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକଠାରୁ କମ୍ ରହୁଛି। ଆସନ୍ତା ୧୬ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିପାରେ। ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନକୁ ବାଦ୍ ଦେଲେ ଅନ୍ୟାନ୍ୟ ସ୍ଥାନରେ ପାଗ ପ୍ରାୟ ଶୁଖିଲା ରହିବ। ଆସନ୍ତା ୩ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହେବ ନାହିଁ। ମାତ୍ର ପରବର୍ତ୍ତୀ ୪ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇପାରେ ।