କଲକାତା ଆର.ଜି. କର ମେଡିକାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ନିଜ ଆଡୁ ମାମଲା ରୁଜୁ କରି ଶୁଣାଣି କରୁଥିବାବେଳେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ନୂଆ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦେଶ ଦେଇଛନ୍ତି। ସୋମବାର ମୁଖ୍ୟ ବିଚାରପଚି ଜଷ୍ଟିସ୍ ଡିଓ୍ବାଇ ଚନ୍ଦ୍ରଚୂଡ଼ ଜଷ୍ଟିସ ଜେ.ବି ପାରଦିଓ୍ବାଲା ଏବଂ ଜଷ୍ଟିସ ମନୋଜ ମିଶ୍ରାଙ୍କ ୩ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରିଛନ୍ତି ।