କୋଲକାତା ବଳାତ୍କାର ମାମଲାରେ ସିବିଆଇ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆର୍.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ ଗିରଫ କରିଥିବା ବେଳେ ଏପଟେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମୀ ଓ ହତ୍ୟା ମାମଲାକୁ ନେଇ ଚାଲିଥିବା ବ୍ୟାପକ ଆନ୍ଦୋଳନ ମଧ୍ୟରେ ଐତିହାସିକ ‘ଅପରାଜିତା’ ବିଲ୍ ପାରିତ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଆଜି ବେଙ୍ଗଲର ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍ ପାରିତ କରିଛନ୍ତି।
ଏହା ସହ ପଶ୍ଚିମବଙ୍ଗ ଦେଶର ପ୍ରଥମ ରାଜ୍ୟ ଭାବରେ ଦୁଷ୍କର୍ମ, ଗଣଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଅପରାଧ ସହ ଜଡିତ କେନ୍ଦ୍ରୀୟ ଆଇନରେ ସଂଶୋଧନ ଆଣିଛି। ବିଧାନସଭାରେ ‘ଅପରାଜିତା’ ବିଲ୍ ପାରିତ ହେବା ପରେ ରାଜ୍ୟପାଳ ସିଭି ଆନନ୍ଦ ବୋସ୍ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଖକୁ ପଠାଯିବ। ଉଭୟଙ୍କ ଅନୁମୋଦନ ପରେ ବିଲ୍ ଆଇନରେ ପରିଣତ ହେବ।