ବ୍ରିଟେନରେ ସରକାର ବଦଳିଛି । ଋଷି ସୁନକ ପରାଜିତ ହୋଇଛନ୍ତି । ଲେବର ପାର୍ଟି ଜିତିଛି । ଗତକାଲି ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଆଜି ଭୋଟ୍ ଗଣତି ବେଳେ ଲେବଟ ପାର୍ଟି ବହୁମତ ହାସଲ କରିଛି। ଫଳାଫଳ ଅନୁସାରେ, କେର୍ ଷ୍ଟାରମରଙ୍କ ଲେବର ପାର୍ଟିକୁ ବହୁମତ ମିଳିଛି। ଫଳରେ କଞ୍ଜରଭେଟିଭ୍ ପାର୍ଟିର ୧୪ ବର୍ଷ ଶାସନର ଅନ୍ତ ଘଟିଛି। ସେପଟେ ଦେଢ଼ ଦଶନ୍ଧି ପରେ ସତ୍ତାକୁ ଫେରିଛି ଲେବର୍ ପାର୍ଟି।ବ୍ରିଟେନ ସାଧାରଣ ନିର୍ବାଚନରେ ପରାଜିତ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ଋଷି ସୁନକ। କଞ୍ଜରଭେଟିବ ପାର୍ଟିର ଋଷି ସୁନକଙ୍କୁ ବିପୁଳ ବ୍ୟବଧାନରେ ହରାଇ ଲେବର ପାର୍ଟିର କେର ଷ୍ଟାରମର ହେବାକୁ ଯାଉଛନ୍ତି ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ। ସୁନକଙ୍କ ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହେବାର ସ୍ୱପ୍ନ, ସ୍ୱପ୍ନରେ ରହିଯାଇଛି। ବ୍ରିଟେନରେ ୬୫୦ ସଂସଦୀୟ ନିର୍ବାଚନମଣ୍ଡଳୀ ଥିବାବେଳେ ସରକାର ଗଢିବା ପାଇଁ ମ୍ୟାଜିକ୍ ନଂ ହେଉଛି ୩୨୬। ଏଥିରୁ ଲେବର୍ ପାର୍ଟି ୩୭୮ ଆସନରେ ବିଜୟ ସହ ପୂର୍ଣ୍ଣ ବହୁମତ ପାଇଛି। ମତାମତ ପରେ ନିଜେ ଭୁଲ ମାଗିଛନ୍ତି ସୁନକ । ଦଳର ପରାଜୟ ପାଇଁ ସେ ନିଜକୁ ଦାୟୀ କରିଛନ୍ତି ।