ଜଷ୍ଟିସ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ସଞ୍ଜୀବ ଖାନ୍ନାଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନଭେମ୍ବର ୧୧ରେ ଦାୟିତ୍ବ ଗ୍ରହଣ କରିବେ ଜଷ୍ଟିସ ଖାନ୍ନା ।ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ ସରିବା ପରେ ଜଷ୍ଟିସ ଖାନ୍ନା ହେବେ ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି । ତେବେ ତାଙ୍କ କାର୍ଯ୍ୟକାଳ ରହିବ ୬ ମାସ । ଆସନ୍ତା ନଭେମ୍ବର ୧୦ରେ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ଅବସର ନେବେ । ନଭେମ୍ବର ୧୧ରେ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନେବେ |