ଆଜି ପବିତ୍ର ରାମନବମୀ । ଆଉ ଅଯୋଧ୍ୟାରେ ରାମଲାଲାଙ୍କ ମନ୍ଦିରରେ ଏହି ରାମନବମୀ ଏଥର ଖାସ ହେବାକୁ ଯାଉଛି । ରାମଙ୍କ ନଗରୀରେ ସୂର୍ଯ୍ୟତିଳକ ବେଳେ ଦେଖିବାକୁ ମିଳିବ ଅଭୁତ ଦୃଶ୍ୟ । ରାମଲାଲାଙ୍କ ମସ୍ତକରେ ୪ ମିନିଟ ଯାଏଁ ପଡିବ ସୂର୍ଯ୍ୟଙ୍କ କିରଣ । ବିଜ୍ଞାନର ଫର୍ମୁଲା ଅନୁସାରେ ଏହା କରାଯିବ । ବୈଜ୍ଞାନିକ ଏ ନେଇ ଗବେଷଣା କରିଛନ୍ତି ଓ ବିଗତ ଦିନରେ ଏହାର ଟ୍ରାଏଲ ବି କରାଯାଇଛି । ଆଜି ହେଉଛି ଭକ୍ତଙ୍କ ପାଇଁ ଅମୃତବେଳା ।ଶ୍ରୀରାମ ଜନ୍ମୋତ୍ସବର ପ୍ରତ୍ୟେକ ପ୍ରକ୍ରିୟା ଅବିସ୍ମରଣୀୟ ହେବାକୁ ଯାଉଛି । ଦିନ ୧୨ଟାରେ ଶ୍ରୀରାମଙ୍କ ଜନ୍ମ ହେବ ଓ ମର୍ଯ୍ୟାଦାପୁରୁଷଙ୍କ ମସ୍ତକରେ ସୂର୍ଯ୍ୟତିଳକ କରାଯିବ । ଆଉ ଏହାର ସାକ୍ଷୀ ହେବେ ବିଶ୍ୱର କୋଟି କୋଟି ରାମ ଭକ୍ତ । ବୈଜ୍ଞାନିକ ଉପାୟରେ ହେବ ସୂର୍ଯ୍ୟତିଳକ