ରୁଦ୍ରପୟାଗ : ସଡ଼କ ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ଉତ୍ତରାଖଣ୍ଡର ରୁଦ୍ରପୟାଗ ଜିଲ୍ଲାରେ ୨୬ ଜଣ ଯାତ୍ରୀ ଏକ ଟେମ୍ପୋ ଟ୍ରାଭେଲରରେ ଯାତ୍ରା କରୁଥିବା ବେଳେ ସେମାନଙ୍କ ଗାଡ଼ି ଗଭୀର ଖାଇକୁ ଖସିଯାଇଥିଲା । ଟେମ୍ପୋ ପରେ ସିଧା ଯାଇ ଏକ ଅଳକାନନ୍ଦା ନଦୀଗର୍ଭରେ ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ହିଁ ୧୨ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ୧୪ ମୃତକଙ୍କ ମଧ୍ୟରେ ୬ ଜଣ ମହିଳା ଅଛନ୍ତି। ଆହତମାନେ ଏବେ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କୁ ରୁଦ୍ରପ୍ରୟାଗ ଜିଲ୍ଲା ହସ୍ପିଟାଲରେ ଚିକିତ୍ସା କରାଯାଉଥିବା ବେଳେ ୪ ଜଣଙ୍କୁ ଋଷୀକେଶ ଏମ୍ସ ପଠାଯାଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ଆହତଙ୍କୁ ସମସ୍ତ ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ମୃତକଙ୍କ ପରିବାର ସଦସ୍ୟଙ୍କୁ ୨ ଲକ୍ଷ ଏବଂ ଆହତଙ୍କ ପରିବାର ସଦସ୍ୟଙ୍କୁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି।